ରାଷ୍ଟ୍ରପତିଙ୍କୁ ଗାମୁଛା ଦେଇ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ରାଉରକେଲା ଠାରେ ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସାଙ୍ଗକୁ ଆଇଜିଏଚ୍ ସୁପର ସ୍ପେସାଲିଟି ହସ୍ପିଟାଲର ଉଦଘାଟନ ଏବଂ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ରାଷ୍ଟ୍ରପତି ଭବନ ଠାରେ ସାକ୍ଷାତ କରି ଓଡ଼ିଶା ଆସିବାକୁ ବିଧିବଦ୍ଧ ନିମନ୍ତ୍ରଣ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଅନୁଗୋଳ ଆଠମଲ୍ଲିକର ଜଣେ ଦଳିତ ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ଗାମୁଛା ପ୍ରଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ।