ନବରଙ୍ଗପୁର,ଏନ୍ଏନ୍ଏସ୍: ଓଡ଼ିଶା ରାଜ୍ୟ ଆଈନ ସେବା ପ୍ରାଧିକରଣ ଆଦେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଦିବ୍ୟାଙ୍ଗଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଭିଯାନର ପ୍ରଥମ ଦିନରେ ତେନ୍ତୁଳିଖୁଣ୍ଟି ବ୍ଲକ ପରିସରରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍ ସଂଜୀବ ଦୁବେଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଜନକ ରାଉତ, ଜିଲ୍ଲା ଆରକ୍ଷୀ ଅଧିକ୍ଷୀକା ଏସ ସୁଶ୍ରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ କୁମାର ପାତ୍ର ଓ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ପ୍ରୟାସକ୍ରମେ ତେନ୍ତୁଳିଖୁଣ୍ଟି ବ୍ଲକ ପରିସରରେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ୨ ଜଣଙ୍କୁ ଟ୍ରାଇ ସାଇକେଲ, ଜଣଙ୍କୁ ଅନ୍ଧବାଡ଼ି, ୧୮ ଜଣଙ୍କୁ ଆଶାବାଡ଼ି, ୨ଜଣଙ୍କୁ କୁତ୍ରିମ ହାତ, ଜଣଙ୍କୁ(୧) କୁତ୍ରିମ ଗୋଡ଼ ଏବଂ ୩୫ ଜଣଙ୍କୁ ଭତ୍ତା ପ୍ରଦାନ କରଯାଇଥିଲା । ଜିଲ୍ଲା ଆଇନ ସେବା ପ୍ରାଧିକରଣର ପାରାଲିଗାଲ ସ୍ୱେଚ୍ଛାସେବୀଙ୍କ ସହଯୋଗରେ ଘର ଘର ବୁଲି ଦିବ୍ୟାଙ୍ଗମାନେ କିପରି ସେମାନଙ୍କର ନାର୍ଯ୍ୟ ଅଧିକାରରୁ ବଞ୍ଚିତ ନହେବେ ସେଥିପାଇଁ ପ୍ରଚାର ଜାରି ରଖିଛନ୍ତି ଏବଂ ଯେଉଁମାନେ ସେମାନଙ୍କର ନାର୍ଯ୍ୟ ଅଧିକାରରୁ ବଞ୍ଚିତ ସେମାନଙ୍କୁ ଚିହ୍ନଟ କରୁଛନ୍ତି । ସାରା ଜିଲ୍ଲାର ପ୍ରତ୍ୟେକ ବ୍ଲକରେ ଏହି ଡୋର ଟୁ ଡୋର କ୍ୟାମ୍ପେନ ଫର ପର୍ସନ ଉଇଥ ଡିଜାବିଲିଟି’ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ୨୯ ଯାଏ ଚାଲିବ ଏବଂ ଦିବ୍ୟାଙ୍ଗମାନେ ଏହାର ସୁଯୋଗ ନେବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ଡିଡିଆରଓ, ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ, ନବରଙ୍ଗପୁର ଓ ପାରାଲିଗାଲ ସ୍ୱେଚ୍ଛାସେବୀଙ୍କ ସହ ଯୋଗାଯୋଗ କରିପାରିବେ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଜନକ ରାଉତ ସୂଚନା ଦେଇଛନ୍ତି ।