ଜାକାର୍ତ୍ତା,ଏଜେନ୍ସି: ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ବିଳମ୍ବିତ ରାତିରେ ଥରିଉଠିଲା ମାଟି । ଇଣ୍ଡୋନେସିଆର ଟୋବେଲୋରେ ବଡଧରଣର ଏହି ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଏନେଇ ୟୁଏସ୍ ଜିଓଲୋଜିକାଲ ସର୍ଭେ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଗୁରୁବାର ବିଳମ୍ବିତ ରାତିରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ୟୁଏସ୍ ଜିଓଲୋଜିକାଲ ସର୍ଭେ ପକ୍ଷରୁ ବିଳମ୍ବିତ ରାତି ପ୍ରାୟ ୨ଟାରେ ସୂଚନା ଦିଆଯାଇଛି । ଟୋବେଲୋର ଉତ୍ତରରୁ ୧୭୭ କିମି ଦୂରରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ଗଭୀରତା ୧୦୦ କିମି ରେକର୍ଡ କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନଥିବା ବେଳେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।