ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ କରୋନା

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି।ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କ ଚିକିତ୍ସା ଜାରି ରହିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି। ଏଥିସହିତ ଶିକ୍ଷା ମନ୍ତ୍ରଣାଳୟର କାର୍ଯ୍ୟ ସାମାନ୍ୟ ରୂପେ ଚାଲିବ ବୋଲି ପୋଖରିୟାଲ କହିଛନ୍ତି।