ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ପ୍ରାରମ୍ଭିକ କରୋନା ଲକ୍ଷଣ ଦେଖା ଦେବା ପରେ ସେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ରିପୋର୍ଟ ପଜିଟିଭ ଆସିବାରୁ ସେ ନିଜକୁ ଘରେ ଆଇସୋଲେଟ କରି ନେଇଛନ୍ତି। ଏଥିସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।