କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ, ୭ ମୃତ

ବିଜୟୱାଡା,ଏଜେନ୍ସି: ଆନ୍ଧ୍ରପ୍ରଦେଶର ବିଜୟୱାଡାରେ ଥିବା ଏକ କୋଭିଡ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ବିଜୟୱାଡାର ଏକ ହୋଟେଲକୁ କୋଭିଡ କେୟାର ସେଣ୍ଟ କରାଯାଇଥିଲା। ଆଜି ପୂର୍ବାହ୍ନ ୫ଟାରେ ହସ୍ପିଟାଲରେ ଅଚାନକ ନିଆଁ ଲାଗିଯାଇଥିଲା। ପରେ ଖବର ପାଇ ଦମକଳ ବାହିନୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।  ଏନେଇ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନିଜେ ସମଗ୍ର ଦୁର୍ଘଟଣା ଉପରେ ନଜର ରଖିଛନ୍ତି ଏବଂ ଆହତମାନଙ୍କୁ ଭଲ ଚିକିତ୍ସା ଯୋଗାଇଦେବାକୁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।