ଗୁଜୁରାଟର କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, ୫ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଗୁରୁବାର ବିଳମ୍ବିତ ରାତ୍ରି ପ୍ରାୟ ୧ଟା ସମୟରେ ଗୁଜୁରାଟର ରାଜକୋଟ ଜିଲ୍ଲାରେ ଥିବା ସିବାନନ୍ଦ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପୁଲିସ ସୂଚନା ଅନୁସାରେ ଉକ୍ତ ହସ୍ପିଟାଲରେ ୩୩ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହିତ ରୋଗୀମାନଙ୍କୁ ସେଠାରୁ ଉଦ୍ଧାର କରିଥିଲେ। ତେବେ ଆଇସିୟୁରେ ପ୍ରଥମେ ନିଆଁ ଲାଗିଥିଲା। ସେହି ସମୟରେ ଆଇସିୟୁରେ ୧୧ ଜଣ ରୋଗୀ ଭର୍ତ୍ତି ଥିଲେ। ଉଦ୍ଧାର ବେଳକୁ ୫ ଜଣ ରୋଗୀଙ୍କ ମୃତ୍ୟୁ ହୋଇଯାଇଥିଲା। ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ରୋଗୀମାନଙ୍କୁ ଅନ୍ୟ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଘଟଣାର ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ନିର୍ଦ୍ଦେଶ ଦେଇଛନ୍ତି।