ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ,ଏନ୍ଏନ୍ଏସ୍: କଟକ ତୁଳସୀପୁରର ଏକ ଘରୋଇ ସନ୍ ହସ୍ପିଟାଲର ଉପର ମହଲାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ପ୍ରବଳ ଧୂଆଁ ନିର୍ଗତ ହେଉଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଉକ୍ତ ହସ୍ପିଟାଲରେ ୧ ହଜାରରୁ ଅଧିକ ରୋଗୀ ରହିଛନ୍ତି। ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ୫ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସମସ୍ତ ରୋଗୀଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ବ୍ୟବସ୍ଥା କରାଯାଉଛି।