ରାଜଧାନୀରୁ ୩୦୬ ଇନ୍ : ୫୦୬ ଆଉଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ଜଣ ଓ ସ୍ଥାନୀୟ ସଂକ୍ରମଣ ୧୮୩ଜଣ ରହିଛନ୍ତି। ଅନ୍ୟପଟେ ୫୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୮୯୮ ହୋଇଥିବାବେଳେ ୧୪ ହଜାର ୯୪୨ ଜଣ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ୬୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୮୭୪ ଜଣଙ୍କ ଚିକିତ୍ସା ଜାରି ରହିଛି।