ରେଡକ୍ରସ୍ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ

କୋରାପୁଟ,ଏନ୍ଏନ୍ଏସ୍: କୋରାପୁଟ ବ୍ଲକ୍ ପଣସପୁଟ ଗ୍ରାମର ଗୁରୁ ଖୀଲଙ୍କୁ ରେଡକ୍ରସ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ୨୦୨୧ ଜାନୁଆରୀ ୨ରେ ଏକ ସଡ଼କ ଦୁର୍ଘଟଣାରେ ଗୁରୁ ଖୀଲଙ୍କ ପୁଅର ମୃତ୍ୟୁ ହୋଇଥିଲା। ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କ ଅନୁମୋଦନ କ୍ରମେ କୋରାପୁଟ ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲ୍, ଜିଲ୍ଲା ପରିଷଦ ସଭାପତି ତୁଳସୀ କିର୍ଷାନୀ ଓ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ଇଂ. ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଗୁରୁ ଖୀଲଙ୍କୁ ସହାୟତା ରାଶିର ଚେକ୍ ପ୍ରଦାନ କରିଛନ୍ତି।