ନୂଆଦିଲ୍ଲୀ,ଏଜେନ୍ସି: ଦିଲ୍ଲୀ ଆଜାଦପୁରରେ ଅଘଟଣ। ଆଜି(ରବିବାର) ସକାଳ ପ୍ରାୟ ୧୦ ଟା ସମୟରେ ଗ୍ୟାସ ସିଲିଣ୍ଡର ଫାଟି ଜଣେ ମହିଳାଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି। ସୂଚନା ପାଇ ୩ଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ତେବେ ଏହି ବିସ୍ଫୋରଣରେ କ୍ଷୟକ୍ଷତିର ଆକଳନ କରାଯାଇନଥିବା ବେଳେ ଅଧିକ ସୂଚନା ପାଇଁ ତଦନ୍ତ ଜାରି ରହିଛି।