ବରିଷ୍ଠ କଂଗ୍ରେସ ନେତା ଗୁରୁପଦ ନନ୍ଦଙ୍କ ଦେହାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ବର୍ଷ ବୟସ ହୋଇଥିଲା। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଗୁରୁପଦ ନନ୍ଦ ୧୯୮୦ରେ କଂଗ୍ରେସରୁ ଟିକେଟ ପାଇ ରାଉରକେଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।