୭୫ ବର୍ଷରେ ପାଦ ଥାପିଲେ ନବୀନ, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୁଭେଚ୍ଛା

କରୋନା ପାଇଁ ପାଳିବେନି ଜନ୍ମଦିନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରୁଛନ୍ତି। କିନ୍ତୁ ଏବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିବେ ନାହିଁ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଜନ୍ମଦିନ ପାଳିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାବାସୀଙ୍କ ଭଲପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ। ଗତ ୮ ମାସ ହେଲା କୋଭିଡ୍ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି। ତେଣୁ ଆଜି ନବୀନ ନିବାସ ନଆସି ଗରିବଙ୍କୁ ସାହାଯ୍ୟ କରିବା, ରକ୍ତଦାନ କରିବା ଏବଂ ପ୍ଲାଜମା ଦାନ କରିବା ।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଟ୍ୱିଟକରି ପ୍ରଧାନମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁସ୍ଥ ଓ ଦୀର୍ଘାୟୁ କାମନା କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ୱିଟରେ ଲେଖିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ ରଖନ୍ତୁ । ଆପଣଙ୍କ ସୁସ୍ଥ ଓ ନୀରାମୟ ଜୀବନ କାମନା କରୁଛି ।