ରସୁଣ : ମସଲା ନୁହେଁ ମହୌଷଧୀ !

ରସୁଣ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଏକ ଭଲ ମସଲା ଭାବେ ମଧ୍ୟ ଲୋକପ୍ରିୟ। ଅଧିକାଂଶ ଖାଦ୍ୟ ଆଇଟମରେ ରସୁଣର ବ୍ୟବହାର ହୋଇଥାଏ। କେବଳ ରୋଷେଇ ନୁହେଁ ବରଂ ଔଷଧ ଭାବେ ମଧ୍ୟ ରସୁଣର ବ୍ୟବହାର ହୋଇଥାଏ । ରସୁଣ ଖାଇବା ଦ୍ୱାରା ଶରୀରକୁ ଅନେକ ଲାଭ ମିଳିଥାଏ। ପୁରୁଷମାନେ ଖାଲି ପେଟରେ ରସୁଣ ଖାଇଲେ ଅନେକ ଉପକାର ପାଇଥାନ୍ତି। ରସୁଣରେ ଥିବା ପ୍ରାକୃତିକ ଆଣ୍ଟି ବାୟୋଟିକ ଅନେକ ସଂକ୍ରମଣ ଠାରୁ ସୁରକ୍ଷା ଦେଇଥାଏ ।

ଆସନ୍ତୁ ଜାଣିବା ରସୁଣ କିପରି ଉପକାରୀ ସାବ୍ୟସ୍ତ ହୋଇଥାଏ-
୧ – ଔଷଧ ଭଳି କାମ କରେ – ରସୁଣ ଖାଇବା ଦ୍ୱାରା ଶରୀରରୁ ବିଷାକ୍ତ ପଦାର୍ଥ ସହଜରେ ସଫା ହୋଇଥାଏ । ଅର୍ଥାତ୍ ପେଟକୁ ପରିଷ୍କାର ରଖିବାରେ ରସୁଣ ଏକ ଔଷଧ ଭଳି କାମ କରିଥାଏ ।
୨- ବ୍ୟାକ୍ଟେରିଆ ନଷ୍ଟ କରେ– ରସୁଣ ଖାଇବା ଦ୍ୱାରା ପେଟ ସମସ୍ୟା ହୋଇନଥାଏ । ଏହା ଦ୍ୱାରା ପେଟରେ ଥିବା ବ୍ୟାକଟେରିଆ ନଷ୍ଟ ହୋଇଥାନ୍ତି ।
୩- ଥଣ୍ଡାଦିନରେ ଉପକାରୀ – ଯଦି ଥଣ୍ଡାଦିନରେ ଶିରା ପ୍ରଶିରା ଝିମଝିମ ହୋଇଥାଏ ତେବେ ରସୁଣ ଖାଇବା ଏଥିରୁ ଉପଶମ ମିଳିଥାଏ ।
୪- ଉଚ୍ଚ ରକ୍ତଚାପ ବେଳେ –ଯଦି ଉଚ୍ଚ ରକ୍ତଚାପ ସମସ୍ୟା ଥାଏ ,ତେବେ ରସୁଣକୁ ଖାଲି ପେଟରେ ଖାଇବା ଲାଭଦାୟକ ରହିବ ।୫- ରକ୍ତ ସଂଚାଳନ ଠିକ୍‌ ହୁଏ– ଖାଲି ପେଟରେ ରସୁଣ ଖାଇବା ଦ୍ୱାରା ରକ୍ତ ସଂଚାଳନ ଠିକ ଭାବେ ହୋଇଥାଏ ଏବଂ ହୃଦୟ ସହ ଜଡିତ ରୋଗ ହେବାର ଆଶଙ୍କା କମ୍‌ ଥାଏ ।
୬ -କୋଲେଷ୍ଟ୍ରଲ ସ୍ତରକୁ ନିୟନ୍ତ୍ରଣ କରେ– ରସୁଣ କୋଲେଷ୍ଟ୍ରଲ ସମସ୍ୟା ପାଇଁ ଅତ୍ୟନ୍ତ ଲାଭଦାୟକ । ଏହା କୋଲେଷ୍ଟ୍ରଲ ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ ।
୭- ରୋଗ ପ୍ରତିରୋଧକ ଶକ୍ତି ବଢେ– ରସୁଣ ଖାଇବା ଦ୍ୱାରା ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ବଢିଥାଏ । ଫଳରେ ଶରୀରକୁ ରୋଗରୁ ଲଢିବା ପାଇଁ ଶକ୍ତି ମିଳିଥାଏ ।
୮- ମୁଖ ଦୁର୍ଗନ୍ଧ ଦୂର କରେ– ରସୁଣରେ ବ୍ୟାକଟେରିଆଲ ତତ୍ୱ ମିଳିଥାଏ । ତେଣୁ ରସୁଣ ଖାଇବା ଦ୍ୱାରା ମୁହଁର ଦୁର୍ଗନ୍ଧ ଦୂର ହୋଇଥାଏ ।
୯- ମାଂସପେଶୀ ଶକ୍ତ କରେ– ରସୁଣରେ ଭରପୂର ମାତ୍ରାରେ ପ୍ରୋଟିନ ଥାଏ ଯାହା ଦ୍ୱାରା ମାଂସପେଶୀ ଶକ୍ତ ହୋଇଥାଏ ।
୧୦- କୋଷ୍ଠକାଷ୍ଠିନ୍ୟ ଦୂର କରେ– ଏଥିରେ ଫାଇବର ଥାଏ, ଯାହା କୋଷ୍ଠକାଷ୍ଠିନ୍ୟ ପରି ସମସ୍ୟାର ସମାଧାନ କରିଥାଏ ।