ମଙ୍ଗଳବାର ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିପାଇଁ ଏହି ୫ଟି ଜିଲ୍ଲାପାଇଁ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, ଗଞ୍ଜାମ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଢେଙ୍କାନାଳ, ବରଗଡ଼, ଦେବଗଡ଼, ଯାଜପୁର, ମୟୂରଭଞ୍ଜ ଓ ବୌଦ୍ଧରେ ମଧ୍ୟ ପ୍ରବଳ ବର୍ଷା ହେବ। ଏହା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବ।