ରାଜ୍ୟରେ ସକ୍ରିୟ ମୌସୁମୀ ବାୟୁ, ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଆସନ୍ତା ୨ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗିର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ସେହିପରି ଆସନ୍ତା ୧୪ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନଗିରି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।