୪ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।

ସୂଚନା ଅନୁସାରେ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ସୁନ୍ଦରଗଡ, କେଉଁଝର ଓ ମୟୁରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଅକ୍ଟୋବର ୨ରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନୂଆପଡା ଳାହାଣ୍ଡି,ବଲାଙ୍ଗୀର , କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ସୋନପୁର, ଗଜପତି ଓ ରାୟଗଡା ଜିଲ୍ଲାରେ ଅକ୍ଟୋବର ୩ ଏବଂ ପୁରୀ, ଖୋର୍ଦ୍ଧା, କଟକ, କେନ୍ଦୁଝର , ମୟୁରଭଞ୍ଜ,ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାମାନଙ୍କରେ ଅକ୍ଟୋବର ୪ତାରିଖ ପର୍ଯ୍ୟନ୍ତ ଏହି ଘୂର୍ଣ୍ଣିବଳୟର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।