ଡେଙ୍ଗୁ ପ୍ରତିଷେଧ ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ଓ ଖୋର୍ଦ୍ଧାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ିବାରେ ଲାଗିଛି। ଡେଙ୍ଗୁ ପ୍ରତିଷେଧକ ଓ ପ୍ରତିକାର ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲ୍ଲା ପ୍ରଶାସନ, ବିଏମସି ଓ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୫୦ରୁ ଉର୍ଦ୍ଧ୍ୱ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀର ଶୈଳଶ୍ରୀବିହାର ଓ ନିଳାଦ୍ରୀବିହାରରୁ ଅଧିକ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି।