ସ୍କୁଲ ମିଶ୍ରଣ ବିଜ୍ଞପ୍ତି ରଦ୍ଦ କଲେ ହାଇକୋର୍ଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: କମ୍ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ କରିବାର ରାଜ୍ୟ ସରକାରଙ୍କ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ପୂର୍ବରୁ ବି ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ୨୦ରୁ କମ୍ ଛାତ୍ର ଥିବା ସ୍କୁଲକୁ ଅନ୍ୟ ସ୍କୁଲ ସହ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଥିଲା। ୨୦୨୦ ମାର୍ଚ୍ଚ ୧୧ରେ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।