ମନ୍ତ୍ରୀମଣ୍ଡଳରୁ ବାଦ ପଡ଼ିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦିଆଯାଇଛି । ଶ୍ରୀ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ ଦେବାକୁ ନେଇ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ବାଦ ପଡ଼ିଥିବା ନେଇ ସୂଚନା ମିଳିଛି ।