ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ୩୨୫ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୪୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୦୧ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨୪ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୬୨୦ ହୋଇଥିବାବେଳେ ୧୩ ହଜାର ୧୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୪ ହଜାର ୪୨୬ ଜଣ ଚିକିତ୍ସିତ ହେଉଛନ୍ତି।