ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ାରେ ପୁଣି ୩୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୯୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ୨ଜଣଙ୍କର ମୃତ୍ୟୁ ଘଟିଛି ଓ ୫୧୯ଜଣଙ୍କ ଚିକିତ୍ସା ଜାରି ରହିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୨୦ ଜଣ, ଝାରସସୁଗୁଡ଼ା ବ୍ଲକରୁ ୪ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ଜଣେ, ଲଇକେରା ବ୍ଲକରୁ ୩ଜଣ ଓ କୋଲାବିରା ବ୍ଲକ ଅଞ୍ଚଳରୁ ୨ଜଣ ଓ କିର୍ମିରା ବ୍ଲକରୁ ୭ଜଣ ରହିଛନ୍ତି। ଏମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।