ପ୍ରଥମ ଟି-୨୦ ଜିତିଲା ଭାରତ

କାନବେରା,ଏଜେନ୍ସି: ପ୍ରଥମ ଟି-୨୦ରେ ଭାରତୀୟ ଦଳ ଅଷ୍ଟ୍ରେଲିଆକୁ ୧୧ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜରେ ୧-୦ରେ ଆଗୁଆ ରହିଛି। ପ୍ରଥମେ ବ୍ୟାଟିଂ କରି ଭାରତ ଲୋକେଶ ରାହୁଲଙ୍କ ୫୧ ରନ ଓ ରବୀନ୍ଦ୍ର ଜାଜେଡାଙ୍କ ଅପରାଜିତ ୪୧ ରନ ବଳରେ ନିର୍ଦ୍ଧାରିତ ଓଭରରେ ୭ ୱିକେଟ୍ ହରାଇ ୧୬୧ ରନ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୭ ୱିକେଟ୍ ହରାଇ ୧୫୦ ରନରେ ସୀମିତ ହୋଇଛି।