ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଯୁଗ୍ମ ଜନ ଶୁଣାଣୀ ଶିବିର

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୪୨ ଜଣଙ୍କ ଆପତ୍ତି ଅଭିଯୋଗର ପଞ୍ଜିକରଣ କରାଯାଇଥିଲା । ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୪ଟି ଗୋଷ୍ଠୀଗତ ଆପତ୍ତି ଅଭିଯୋଗ ସାମିଲ ରହିଥିଲା । ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ନାୟକ ଶୁଣାଣି କରି ଏହାର ଆବଶ୍ୟକ ପଦକ୍ଷେପ ତୁରନ୍ତ ନେଇ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ, ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ପିଏଆଇଟିଡିଏ ରାଜୀବ ସାହୁ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ଡା. ମଳୟ କୁମାର ତ୍ରିପାଠୀ, ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ପଂଚାୟତ ଅଧିକାରୀ ଶିଶିର କୁମାର ପାଣି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସିବାନୀ ଗୁହା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପଲକା, ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ବିଡିଓ ଶିବ ପ୍ରସାଦ ପଟ୍ଟନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।