କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ପୁଣି କରୋନା

ବେଙ୍ଗଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ପୁଣିଥରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ୟେଦୁରପ୍ପାଙ୍କୁ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି। ହାଲୁକା ଜ୍ୱର ଥିବା ଯୋଗୁ ସେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କ୍ୱାରେଣ୍ଟାଇନରେ ରହିବା ସହ କରୋନା ଟେଷ୍ଟ କରାଇବା ପାଇଁ ୟେଦୁରପ୍ପା ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୭୭ ବର୍ଷୀୟ ୟେଦୁରପ୍ପା ଗତବର୍ଷ ଅଗଷ୍ଟ ୨ ତାରିଖରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେତେବେଳେ ମଧ୍ୟ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ରିପୋର୍ଟ ନେଗେଟିଭ ଆସିବାରୁ ତାଙ୍କୁ ହସ୍ପିଟାଲରୁ ଛୁଟି ମିଳିଥିଲା।