ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ନୂଆଦିଲ୍ଲୀ, ଏଜେନ୍ସି: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା। ସୂଚନାଯୋଗ୍ୟ, ଗୁରୁବାର ସକାଳେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ତାଙ୍କୁ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଛି। କେଶୁଭାଇ ପଟେଲ ଦୁଇଥର ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ୧୯୯୫ ଏବଂ ୧୯୯୮ରେ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିଲେ। ୨୦୧୨ରେ ବିଜେପି ଛାଡି ନିଜର ରାଜନୈତିକ ଦଳ ‘ଗୁଜରାଟ ପରିବର୍ତ୍ତନ ପାର୍ଟି’ ଗଠନ କରିଥିଲେ।