ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ,ଏନ୍ଏନ୍ଏସ୍: ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଞ୍ଚଭୂତରେ ବିଲୀନ ହେଲା ସ୍ୱର୍ଗତ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସାନ ଝିଅ ରୀତିନୀତି ଅନୁସାରେ ମୁଖାଗ୍ନି ଦେଇଛନ୍ତି।

କରୋନାରେ ଆକ୍ରାନ୍ତ ହୋଇ ସେ ଗତ ୨୦ ଦିନ ତଳେ କଟକ ବଡ଼ମେଡ଼ିକାଲ (ଏସସିବି)ରେ ଭର୍ତ୍ତି ହୋଇଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାରକୁ ସମବେଦନା ଜଣାଇଥିଲେ। ଏଥିସହିତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।