ମେ’ ୫ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି: ଆଇଏମଡି ଡିଜି

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ଆସୁଛି । ପାଖାପାଖି ମେ’ ୫ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇପାରେ । ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ତାହା ସ୍ପଷ୍ଟ ହୋଇନି । ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିବିଧି ସ୍ପଷ୍ଟ ହେବ । ବର୍ତ୍ତମାନ ଆକଳନ ଅନୁସାରେ ଏହା ଓଡ଼ିଶାକୁ ପ୍ରଭାବ ପକାଇବନି । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।