ଭୁୁବନେଶ୍ୱର,ଏନ୍ଏନ୍ଏସ୍: ମେ ୬ ତାରିଖରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ନିକଟ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବନା ରହିଛି । ମେ ମାସରେ ଲଘୁଚାପ ହେଲେ ତୀବ୍ରତା ବଢିବା ସମ୍ଭାବନା ଅଧିକ ଥାଏ ।
ତେଣୁ ୬ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲେ ତୀବ୍ର ହୋଇପାରେ । ତେବେ କେତେ ତୀବ୍ର ହେବ ଓ କୁଆଡେ ଗଡି କରିବ ସ୍ପଷ୍ଟ ହୋଇନାହିଁ । ଏନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏହାସହିତ ମେ ମାସରେ ବାତ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇପାରିବନି ବୋଲି ସେ କହିଛନ୍ତି ।
ସେପଟେ ଆଜି ବି ଆଭ୍ୟନ୍ତରୀଣ ଓଡିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିବ । ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ଓଡିଶା ମଧ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ତିନି ଦିନ ପର୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।