କଂଗ୍ରେସର ଷ୍ଟାର୍ ପ୍ରଚାରକ ତାଲିକା, ଛତିଶଗଡ଼ର ଦୁଇ କ୍ୟାବିଟେନ୍ ମନ୍ତ୍ରୀ ସାମିଲ୍‌

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଏବେ ଚାଲିଛି ପଞ୍ଚାୟତ ନିର୍ବାଚନ ଋତୁ। ପ୍ରାର୍ଥୀମାନେ ଏବେ ଜୋର୍‌ସୋରରେ ନିଜ ପାଇଁ ପ୍ରଚାର ଅଭିଯାନ ଚଳାଇଛନ୍ତି। ଏହାରି ଭିତରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୨୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ସୋମବାର ଘୋଷଣା କରାଯାଇଛି। ତେବେ ସବୁଠାରୁ ବଡ଼ କଥା ହେଲା ଯେ ଏଥିରେ ଛତିଶଗଡ଼ ପ୍ରଦେଶ କଂଗ୍ରେସ ସଭାପତି ମୋହନ ମରକମଙ୍କ ସମେତ ଛତିଶଗଡ଼ର କ୍ୟାବିନେଟ ମନ୍ତ୍ରୀ ଅମରଜିତ ଭଗତ ଓ କାୱାସି ଲକ୍ଷ୍ମା ରହିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ତଥା ସାଂସଦ ଡ. ଏ ଚେଲା କୁମାରଙ୍କ ସହିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଏଆଇସିସି ସଂପାଦକ ରୁଦ୍ର ରାଜୁ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, କଂଗ୍ରେସ କାର୍ଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ, ଶରତ ପଟ୍ଟନାୟକ, ଜୟଦେବ ଜେନା, ପଞ୍ଚାନନ କାନୁନ୍‌ଗୋ, ସପ୍ତଗିରି ଉଲ୍ଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ଇଂ. ମହମ୍ମଦ ମୋକିମ, କିଶୋର ଚନ୍ଦ୍ର ପଟେଲ, ବିଜୟଲକ୍ଷ୍ମୀ ସାହୁ, ସତ୍ୟପ୍ରକାଶ ନାୟକ, ସୁରେଶ ମହାପାତ୍ର ପ୍ରମୁଖ ରହିଛନ୍ତି। ଏମାନେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କରିବେ ବୋଲି ପିସିିସି ଉପସଭାପତି ତଥା ନିର୍ବାଚନ ପରିଚାଳନା କମିଟିର ଆବାହକ ଯଜେ୍ଞଶ୍ୱର ବାବୁ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।