ନଗଡା ଟଙ୍କା ଆତ୍ମସାତ୍ : ୬ ଅଧୀକାରୀଙ୍କୁ ଲୋକୟୁକ୍ତଙ୍କ ନୋଟିସ୍

ଭୁବନେଶ୍ୱର, ଏନ୍ଏନ୍ଏସ୍ : ନଗଡାରେ ବିକାଶ ପାଇଁ ବ୍ୟୟ ବରାଦ ହୋଇଥିବା ସରକାରୀ ଅର୍ଥ ଆତ୍ମସାତ୍ ଅଭିଯୋଗରେ ଯାଜପୁର ଜିଲ୍ଲାର ୬ଜଣ ଅଧିକାରୀଙ୍କୁ ଲୋକାୟୁକ୍ତ ନୋଟିସ୍ କରିଛନ୍ତି । ଏହି ଅଧିକାରୀଙ୍କ ମଧ୍ୟରେ ରହିଛନ୍ତି ଯାଜପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ, ସୁକିନ୍ଦା ବିଡିଓ, ଗ୍ରାମ୍ୟ ଉନ୍ନୟନ ବିଭାଗ, ବିଦ୍ୟୁତ୍ ବିଭାଗ ଓ ପାନୀୟ ଜଳ ଯୋଗାଣ ବିଭାଗର କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ । ଏହି ୬ ଜଣ ଅଧିକାରୀଙ୍କୁ ୬ ସପ୍ତାହ ମଧ୍ୟରେ ଏନେଇ ଉତର ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି । ନଗଡ଼ା ବିକାଶ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି ? କେଉଁ କେଉଁ କ୍ଷେତ୍ରରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ? ଏ ସଂକ୍ରାନ୍ତରେ ସବିଶେଷ ତଥ୍ୟ ଦେବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନଗଡ଼ାରେ ସରକାରୀ ଅର୍ଥ ଆତ୍ମସାତ୍ ନେଇ ସାମାଜିକ କର୍ମୀ ପ୍ରଦୀପ ପ୍ରଧାନ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ । ଏହାପରେ ୬ଜଣ ଅଧିକାରୀଙ୍କୁ ଲୋକାୟୁକ୍ତ ନୋଟିସ୍ କରିଛନ୍ତି ।