ଦୁଷ୍କର୍ମ ଅଭିଯୋଗରେ ନାବାଳକ ଗିରଫ

ମାଲାକନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ନାବାଳିକାଙ୍କୁ ଦୁୁଷ୍କର୍ମ କରିବା ଅଭିଯୋଗରେ ନାବାଳକକୁ ପୁଲିସ ଗିରଫ କରିଛି। ପ୍ରକାଶ ଯେ, ଗତ ୬ ମାସ ତଳେ ନାବାଳିକାଙ୍କୁ ବଳପୂର୍ବକ ଦୁଷ୍କର୍ମ କରିଥିଲା ନାବାଳକ। ନାବାଳିକା ଜଣକ ଗର୍ଭବତୀ ଥିବା ଜଣାପଡ଼ିବାରୁ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୁଲିସ ଏକ ମାମଲା ରୁଜୁକରି ଅଭିଯୁକ୍ତ ନାବାଳକକୁ ଗିରଫ କରିଛି।