ବାରିପଦା,ଏନ୍ଏନ୍ଏସ୍: ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ଜୁଲାଇ ୧୨ ମଧ୍ୟରାତ୍ରରେ ୯୪ ବର୍ଷରେ ପରଲୋକ ହୋଇଛି। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟର ମାଧ୍ୟମରେ ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି। ଏହାସହ ଓଡ଼ିଶାର ବିକାଶ ତଥା ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ମୟୂରଭଞ୍ଜ ରାଜ ପରିବାରର ଅବଦାନ ଅତୁଳନୀୟ ବୋଲି ଉଲ୍ଲେଖ କରିଛନ୍ତି। ରାଜମାତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଜଣାଇଛନ୍ତି। ସେହିପରି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଟୁଇଟରରେ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ଦେହାନ୍ତ ସହ ଏକ ଯୁଗର ଅବସାନ ଘଟିଛି। ଏହି ଦୁଃଖଦ ସ୍ଥିତିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାରକୁ ଧୌର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଟୁଇଟ କରିଛନ୍ତି।