ହଷ୍ଟେଲ ଛାତରୁ ଖସି ଏମବିବିଏସ ଛାତ୍ରଙ୍କ ମୃତ୍ୟୁ

ବଲାଙ୍ଗିର,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ମେଡିକାଲ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ହରିୟାଣାର ପ୍ରଥମ ବର୍ଷ ଏମବିବିଏସ୍ ଛାତ୍ର ନିଶାନ୍ତ କୁମାର । ସେ ନ୍ୟୁ ବଏଜ୍ ହଷ୍ଟେଲରେ ରହୁଥିଲେ । ସେ ଦୁର୍ଘଟଣା କିମ୍ବା ଅନ୍ୟ କାରଣରୁ ଛାତରୁ ଖସି ପଡ଼ିଛନ୍ତି ତାହା ସ୍ପଷ୍ଟ ହୋଇନି ।