ପୁଣି ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ୍, ୩୪ ଗୁରୁତର

ବାଲେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱରର ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ ଗେଟ ନିକଟରେ ଆଜି ପୁଣି ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଓଲଟି ପଡ଼ିଥିବା ଜଣାପଡ଼ିଛି। ଏହି ସମୟରେ ବସରେ ୫୦ ଜଣ ଯାତ୍ରୀ ଥିବା ବେଳେ ୩୪ ଜଣ ଗୁରୁତର ଆହତ ହୋଇଛନ୍ତି। ପରେ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ବସଟି ୫୦ ଜଣ ଯାତ୍ରୀଙ୍କୁ ନେଇ କେରଳରୁ କୋଲକାତା ଯାଉଥିଲା। ଏହି ସମୟରେ ବସଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିବା କୁହାଯାଉଛି। ତେବେ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।