ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିଧାୟକଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି। ଏହାରି ମଧ୍ୟରେ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା ହୋଇଥିବା ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ହୋମ ଆଇସୋଲେସନରେ ଅଛନ୍ତି ବୋଲି କହିଛନ୍ତି।
ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଂଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ଟୁକୁନି ସାହୁ ଅନୁରୋଧ କରିଛନ୍ତି।