ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କୁ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା କବଳରେ ରାଜନେତା। ବିଜେପିର ବରିଷ୍ଠ ନେତା ତଥା ବରଗଡ଼ ସାଂସଦ ସୁରେଶ ପୁଜାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏନେଇ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଲକ୍ଷଣ ନଥାଇ ମଧ୍ୟ ସେ କରୋନା ଟେଷ୍ଟ କରାଇଥିଲେ। ତେବେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି।

ଏନେଇ ସେ ଟ୍ୱିଟ କରି କହିଛନ୍ତି ଯେ, ‘କରୋନାର ଲକ୍ଷଣ ନ ଥାଇ ମଧ୍ୟ ମୁଁ ଗତକାଲି ପରୀକ୍ଷା କରିଥିଲି। ଆଜି କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ବରଗଡ଼ ଜିଲ୍ଲାପାଳ ମତେ ସୁଚନା ଦେଇଛନ୍ତି। ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ ଆଇସୋଲେସନରେ ଅଛି ଏବଂ ସୁସ୍ଥ ଅଛି ବୋଲି ଉଲ୍ଲେଖ କରିଛନ୍ତି। ତେବେ କରୋନା ଲକ୍ଷଣ ନଥାଇ ମଧ୍ୟ ସାଂସଦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କର୍ଣ୍ଣଟକ ମୁଖ୍ୟମନ୍ତ୍ରୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି।