ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୧ କିମ୍ବା ୧୨ରେ ମୌସୁମୀ ରାଜ୍ୟକୁ ଆସିବା ନେଇ ଆକଳନ କରାଯାଇଥିଲା। ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର କେତେକ ଜିଲ୍ଲାରେ ବର୍ଷା ହୋଇଛି।

କୋରାପୁଟ, ମାଲକାନାଗିରି, ରାୟଗଡା ଜିଲ୍ଲାମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ସେହି ସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।