ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାରେ ଗୁରୁବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କୋଷାଗୁମୁଡଧା ଥାନା ଅଞ୍ଚଳରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି। ସୂଚନା ଅନୁସାରେ ଗତ ୧୪ତାରିଖରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିବା ସହ ତାକୁ ହତ୍ୟା କରାଯାଇଥିଲା।
ଏହି ଘଟଣାକୁ ୧୦ରୁ ଊଦ୍ଧ୍ୱର୍ ଦିନ ହୋଇଥିଲେ ମଧ୍ୟ ପୁଲିସ ପକ୍ଷରୁ ଏ ନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିିଁ। ଫଳରେ ବାଧ୍ୟ ହୋଇ ନ୍ୟାୟ ପାଇଁ ଜିଲ୍ଲା କଂଗ୍ରେସ ପକ୍ଷରୁ ଗୁରୁବାର ନବରଙ୍ଗପୁର ବନ୍ଦ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାସ୍ତାଘାଟରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତେବେ ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାଯାଇଛି।