ମମତାଙ୍କୁ ଫୋନରେ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସକାଳେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ପଶ୍ଚିମବଙ୍ଗ ସାଧାରଣ ନିର୍ବାଚନରେ ତୃଣମୂଳ କଂଗ୍ରେସର ବିଜୟ ଲାଗି ମମତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ। ରବିବାର ଟୁଇଟ କରି ମମତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ନବୀନ।