ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫କୋଟି ଟଙ୍କା ଖର୍ଚ୍ଚ କରାଯିବ

ଭୁବନେଶ୍ୱର, ଏନ୍ଏନ୍ଏସ୍ : ପୁରୀ ସ୍ୱର୍ଗ ଦ୍ୱାରା ବିକାଶ ପାଇର୍ ପ୍ରଥମ ପର୍ଯ୍ୟାୟରେ ୫କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ। ଫୋନିକ୍ସ ଫାଉଣ୍ଡନେସନ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ।

ଶୁକ୍ରବାର ସନ୍ଧ୍ୟାରେ ଲୋକସଭା ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା। ତେଣୁ ଏହାର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି। ଏଥିରେ ଶବ ଦାହ ଠାରୁ ଆରମ୍ଭ କରି ଶବ ବାହକ ମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ସବୁ ଋତୁରେ ସୁବିଧାରେ ଶବ ଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ। ଶବବାହକ ମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷ ରୋପଣ କରାଯିବ। ଏହି କାମ ଆରମ୍ଭର ୬ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାକୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି। ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା, ସେ ସବୁ ଏବେ ଓଡ଼ିଶାବାସୀଙ୍କ ସେବାରେ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ୱର୍ଗଦ୍ୱାରକୁ ବିଶ୍ୱାସର ପବିତ୍ର ଭୂମି ଭାବରେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି ବୈଠକରେ ପଂଚାୟତରାଜ ମନ୍ତ୍ରୀ, କ୍ରିଡ଼ା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲ୍ଲାପାଳ, ଫୋନିକ୍ସ ଫାଉଣ୍ଡନେସନର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।