ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜୋରିମାନା, ମାସ୍କ ନ ପିନ୍ଧିଲେ ୨୦୦ ଟଙ୍କା

ଗଞ୍ଜାମ,ଏନ୍ଏନ୍ଏସ୍: ଏଣିକି ସର୍ବ ସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ଟଙ୍କା ଜୋରିମାନା ଦେବାକୁ ପଡ଼ିବ। କରୋନା ମୁକାବିଲା ପାଇଁ ଏହିପରି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜୋରିମାନା ଦେବାକୁ ପଡ଼ିବ ବୋଲି ସେ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିସହ ମାସ୍କ ପିନ୍ଧିବା ନେଇ ମଧ୍ୟ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି।

ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ୍ ଅନୁସାରେ, ମୁହଁରେ ମାସ୍କ, ରୁମାଲ କିମ୍ବା ଗାମୁଛା ବାନ୍ଧି ନଥିଲେ ୨୦୦ଟଙ୍କା ଜୋରିମାନ ଦେବାକୁ ପଡ଼ିବ। ସେହିପରି ଜିଲ୍ଲାରେ ଲୋକମାନେ ପରସ୍ପର ମଧ୍ୟରେ ୨ ମିଟର ସାମାଜିକ ଦୂରତା ବଜାୟ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି। ଏ ନେଇ ଜିଲ୍ଲାର ପ୍ରମୁଖ ଅଧିକାରୀମାନଙ୍କୁ ଚିଠି ଲେଖି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି।