ଦୁଇଟି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,ଏନ୍ଏନ୍ଏସ୍: ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ୩ ତାରିଖରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ବିଜ୍ଞପ୍ତି ସହ ଆଜିଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ। ଅକ୍ଟୋବର ୧୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବା ସହ ଅକ୍ଟୋବର ୧୯ ସୁଦ୍ଧା  ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଦିଆଯାଇଛି । ପୂର୍ବାହ୍ନ ୧୧ରୁ ଦିନ ୩ଟା ଭିତରେ ପ୍ରାର୍ଥିପତ୍ର ଦାଖଲ ପାଇଁ ନିର୍ଦ୍ଦେଶ। ମତଦାନ ପରେ ନଭେମ୍ବର ୧୦ରେ ଭୋଟଗଣତି ହେବା ସହ କୋଭିଡ୍ କଟକଣା ଭିତରେ ନିର୍ବାଚନ ହେବ ବୋଲି ଜଣାପଡ଼ିଛି ।