ନୂଆପଡ଼ା ଜିଲ୍ଲାରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି

ନୂଆପଡ଼ା,ଏନ୍ଏନ୍ଏସ୍: ନୂଆପଡ଼ା ଜିଲ୍ଲାରେ ପୁଣି ଆଜି ନୂତନ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୭ଜଣ ସିନାପାଲି ବ୍ଲକ ଓ ଜଣେ ନୂଆପଡ଼ା ବ୍ଲକର ବୋଲି ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ଗୁଜୁରାଟ, ୩ଜଣ ମୁମ୍ବାଇ, ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା। ଏହି ୮ ଜଣଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୬୮କୁ ବୃଦ୍ଧି ପାଇଛି। ଏଥିମଧ୍ୟରୁ ୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୫୪ ଜଣ ଆକ୍ରାନ୍ତ ବିଭିନ୍ନ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।