ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଦେଶ- ବିଦେଶ By Nitidin On Apr 13, 2020 Share ନୂଆଦିଲ୍ଲୀ,ଏଜେନ୍ସି: ଓଡିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ମଧ୍ୟ ପାଳନ କରାଯାଏ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାବାସୀଙ୍କୁ ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣା ସଂକ୍ରାନ୍ତିର ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ଉଲ୍ଲେଖକରିଛନ୍ତି ଯେ ‘ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ। ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପାର୍ଥନା। ’ Share