ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ମନୁ ନାୟକଙ୍କ ସ୍ତ୍ରୀ ମେନକି ନାୟକ(୬୬)। ମିଳିଥିବା ରିପୋର୍ଟ ମୁତାବକ, ନିଜ ବାଡ଼ି ପଛପଟ ପୋଖରୀକୁ ଗାଧୋଇବାକୁ ଯାଇଥିବା ସମୟରେ ଗୋଡ଼ ଖସିଯିବାରୁ ପାଣିରେ ବୁଡ଼ି ମେନକିଙ୍କର ମୃତ୍ୟୁ ହୋଇଛି। ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଂଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଛି।