ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କୋଭିଡ-୧୯ର ମୁକାବିଲା ପାଇଁ ଆଜି ଓଏମସି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଏମସି ଅଧ୍ୟକ୍ଷ ସୁରେନ୍ଦ୍ର କୁମାର ଏହି ରାଶି ପ୍ରଦାନ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ। ସେହିପରି ୫ଟି ସଚିବ ଭିକେ ପାଣ୍ଡିଆନ୍, କୃଷି ମନ୍ତ୍ରୀ ଅରୁଣ ସାହୁ, ଓଏମସି ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ ଓ ଓଏମସିର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।