ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ପାଇଁ ଆଉ ଏକ ଆଶ୍ୱସ୍ତିକର ଖବର ଆସିଛି। ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତ ଭୁବନେଶ୍ବରର ବୋଲି ଜଣାପଡିଛି। ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଛି । ଓଡ଼ିଶାରେ ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ଵରରେ ୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ ଛୁଇଁଛି। ଏସବୁ ମଧ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଥିବାବେଳେ ୬୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ କରୋନାରେ ୨ ଜଣଙ୍କ ମୃତ୍ୟୁ ଘଟିଛି।