ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟ ପାଇଁ ଆଶ୍ୱସ୍ଥି। ଆଉଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ଆଜି ସକାଳେ ୭ଜଣ କରୋନା ରୋଗୀ ଯାଜପୁର ଜିଲ୍ଲାରେ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଏ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୫୬ ଥିଲାବେଳେ ସେଥିମଧ୍ୟରୁ ୫୬ଜଣ ସୁସ୍ଥ ହୋଇଛନ୍ତି ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୯୯ ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।