ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟ ପାଇଁ ଆଶ୍ୱସ୍ତି। ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର ବୋଲି ରାଜ୍ୟ ଓ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୬ ଥିଲାବେଳେ ୨୬ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ୧୯ଜଣ ଚିକିତ୍ସିତ ହେଉଛନ୍ତି। ରାଜ୍ୟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ୩୮ଜଣ। ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୧୧୮ ଥିବାବେଳେ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୭୯ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।